ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ପବିତ୍ର ଅକ୍ଷୟ ତୃତୀୟା  ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀ ତଥା ବିଶେଷ କରି ଚାଷୀ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


ନିଜର ଟୁଇଟରରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି,‘ ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟବାସୀ ତଥା ବିଶେଷ କରି ଆମ ଚାଷୀ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଉଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାରୀ ନିୟମ କଡ଼ାକଡ଼ି ପାଳନ କରିବା ସହ କୃଷି କାର୍ଯ୍ୟ ସମୟରେ ସାମାଜିକ ଦୂରତା ନିଶ୍ଚୟ ବଜାୟ ରଖନ୍ତୁ। ଆଶା କରୁଛି, ଚଳିତ ବର୍ଷ ଚାଷୀ ଭାଇଭଉଣୀଙ୍କ ପାଇଁ ସମୃଦ୍ଧିର ବର୍ଷ ହେବ।’