ଆସନ୍ତାକାଲିଠୁ ୫ ଦିନ ସ୍କୁଲ ଛୁଟି

ରାଜ୍ୟରେ ଆସନ୍ତାକାଲିଠୁ ୫ ଦିନ ସ୍କୁଲ ଛୁଟି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ନିଷ୍ପତ୍ତି । ସ୍କୁଲ ଛୁଟି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତା କାଲିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ସ୍କୁଲ ଛୁଟି ରହିବ । ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ ।

ସ୍କୁଲ ଛୁଟି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସୂଚନା ଦିଆଯାଇଛି । ସ୍କୁଲ ଛୁଟି ସତ୍ତ୍ୱେ ମାଟ୍ରିକ ଓ +୨ ପରୀକ୍ଷା ଚାଲୁ ରହିବ ।