ଭୁବନେଶ୍ବର: ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ୧୦ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜନ ହେବାକୁ ଥିବା ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏପ୍ରିଲ ୧ରେ ସ୍କୁଲ ପରିସରରେ ଆୟୋଜନ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ପାଇଁ ଉପରାଷ୍ଟ୍ରପତି ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ସମ୍ମତି ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ୍ ସମ୍ମାନିତ ଅତିଥି ଭାବେ ଯୋଗଦେବେ। ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ଅଧ୍ୟକ୍ଷ କହିଛନ୍ତି ଯେ, ସ୍କୁଲର ୧୦ବର୍ଷ ପୂର୍ତ୍ତି ଉପଲକ୍ଷେ ବର୍ଷତମାମ୍ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହାର ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବେ। ଏହି କାର୍ୟ୍ୟକ୍ରମରେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀଙ୍କୁ ଯୋଗଦେବାକୁ ଆମନ୍ତ୍ରଣ କରାଯାଇଛି। ଛାତ୍ରଛାତ୍ରୀମାନେ ଯେପରି ଉପରାଷ୍ଟ୍ରପତିଙ୍କୁ ପାଖରୁ ଦେଖିବେ ଏବଂ ତାଙ୍କର ଭାଷଣ ଶୁଣିପାରିବେ ସେଥିପାଇଁ ସ୍କୁଲ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।