ଖ୍ୟାତିସମ୍ପନ୍ନ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ - ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର :  ଖ୍ୟାତିସମ୍ପନ୍ନ ଓଲିଉଡ଼ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ମୃତ୍ୟୁରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।
ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଖ୍ୟାତିସମ୍ପନ୍ନ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ମୁଁ ଗଭୀର ଭାବରେ ମର୍ମାହତ । ତାଙ୍କ ମୃତ୍ୟୁରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା । ପିଢି ପରେ ପିଢି ତାଙ୍କର ପ୍ରଶଂସକଙ୍କୁ ସେ କଳାର ଯାଦୁରେ ବାନ୍ଧି ରଖି ପାରିଥିଲେ ।
ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି । ଏହି କଷ୍ଟକର ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ