ଥରିଲା ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଥିବା କାମ୍ପବେଲ ବେ ଅଞ୍ଚଳ | ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ରେକର୍ଡ କରାଯାଇଥିବା ବେଳେ, ସୋମବାର ରାତି ୧ଟା ୧୧ ମିନିଟରେ ଭୂକମ୍ପ ଅନୁଭୂତ ହୋଇଛି | ଏନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଏହା ଦ୍ଵୀପପୁଞ୍ଜର ଏନଏନଇ କାମ୍ପବେଲ ବେ ଠାରୁ ୮୫ କିଲୋମିଟର ଦୂରରେ ଅନୁଭୂତ ହୋଇଥିଲା । ତେବେ ଏଥିରେ କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିନାହିଁ । ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି । ଭୂକମ୍ପକୁ ନେଇ ଲୋକଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି ।
ଶେଷ ଥର ପାଇଁ ମେ ୧ରେ ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରେକର୍ଡ କରାଯାଇଥିଲା । ଭୂକମ୍ପର ଗଭୀରତା ୧୦ କିଲୋମିଟର ହୋଇଥିବା ବେଳେ ଏହାର ଅକ୍ଷାଂଶ ୧୩.୨୫ ରହିଥିବାବେଳେ ଦ୍ରାଘିମା ୯୨.୯୬ର ରହିଥିଲା। ଏହା ଦ୍ୱୀପପୁଞ୍ଜର ଦିଗଲୀପୁର ଠାରୁ ୩ କିଲୋମିଟର ଦୂରରେ ଅନୁଭୂତ ହୋଇଥିଲା ।