ଦାମୋଦର ରାଉତଙ୍କୁ ଆଶ୍ୱସ୍ତି

ଭୁବନେଶ୍ୱର : ପାରାଦୀପ ବିଧାୟକ ଡାକ୍ତର ଦାମୋଦର ରାଉତଙ୍କୁ ମିଳିଛି ଆଶ୍ୱସ୍ତି। ତାଙ୍କ ବିରୋଧରେ ହୋଇଥିବା ଜାତିଆଣ ଆକ୍ଷେପ ମାମଲାକୁ ରଦ୍ଦ କରି ଦେଇଛନ୍ତି ହାଇକୋର୍ଟ। ସୂଚନା ଯେ,୨୦୧୦ ମସିହାରେ ଦାମୋଦର ରାଉତ ଏକ ସାଧାରଣ ସଭାରେ ଜାତିଆଣ ଆକ୍ଷେପ କରିଥିଲେ। ଏନେଇ ମନୋଜ ଭୋଇ ନାମକ ଜଣେ ବ୍ୟକ୍ତି କୁଜଙ୍ଗ ଥାନାରେ ଏତଲା ଦେଇଥିଲେ। ଏହାପରେ ମାମଲା ଖାରଜ କରିବା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଦାମୋଦର। ତେବେ ହାଇକୋର୍ଟ ଏହି ମାମଲାକୁ ରଦ୍ଦ କରିଦେଇଛନ୍ତି।