ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ। ଓଟିଇଟି ୨୦୨୧(ଦ୍ୱିତୀୟ) ର ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ୱେବସାଇଟ www.bseodisha.ac.in ରେ ରେଜଲ୍ଟ ଉପଲବ୍ଧ ହୋଇଛି।

ପରୀକ୍ଷାର୍ଥୀ ମାନେ ନିଜର ରୋଲ ନମ୍ବର ଓ ଜନ୍ମ ତାରିଖ ଦେଇ ୱେବ ସାଇଟରୁ ଫଳାଫଳ ଜାଣି ପାରିବେ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ଓଟିଇଟି କୁ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ଫେବୃଆରୀ ୧୫ ତାରିଖରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା।