ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ୪୪କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ । ସମୁଦାୟ ସଂଖ୍ୟା ୪୪କୁ ବୃଦ୍ଧି । ସେଥିମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି । ଜଣେ ଭୁବନେଶ୍ୱରରୁ ହୋଇଥିବାବେଳେ ଆଉ ଜଣେ ଢ଼େଙ୍କାନାଳରୁ ବୋଲି ଜଣାପଡିଛି ।