ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ରୋଗୀ । ରାଜ୍ୟ ପାଇଁ ପୁଣି ଏକ ଆଶ୍ୱସ୍ତିର ଖବର । ରାଜ୍ୟରେ ଆଉ ଜଣେ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଏମସରେ ଚିକିତ୍ସିତ ହେଉଥିବା ସଂପୃକ୍ତ କରୋନା ରୋଗୀ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।  ଏହି ଆରୋଗ୍ୟ ବ୍ୟକ୍ତିଙ୍କୁ ମିଶାଇ ଏ ପର୍ଯ୍ୟନ୍ତ ରାଜ୍ୟରେ ସମୁଦାୟ ୩୫ ଜଣ ସୁସ୍ଥ ହୋଇଛନ୍ତି । ତେବେ ସୁସ୍ଥ ହୋଇଥିବା ବ୍ୟକ୍ତି ଜଣକ ଭୁବନେଶ୍ୱରର ବୋଲି ଜଣାପଡିଛି । ସେ କରୋନାରୁ ସୁସ୍ଥ ହୋଇଥିଲେ ମଧ୍ୟ ହସ୍ପିଟାଲରୁ ଡିସଚାର୍ଜ ହୋଇନାହାନ୍ତି ।