ରାଜ୍ୟର କିଛି ସ୍ଥାନରେ ୧୫ ଯାଏ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଧୀରେ ଧୀରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବଢ଼ିବା ସହ ଗରମ ଅନୁଭୂତ ହୋଇଛି। ଆଗାମୀ ଦୁଇ ଦିନ ମଧ୍ୟରେ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ଡିଗ୍ରୀ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି। ତେବେ ଆସନ୍ତାକାଲିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଗତ ୨ରୁ ୩ ଦିନ ହେବ ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ଗତକାଲି ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୩୮.୫ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଭବାନୀପାଟଣା, ବଲାଙ୍ଗିର ଓ ସୋନପୁରରେ ତାପମାତ୍ରା ୩୭ ଡିଗ୍ରୀ ରହିଥିଲା।