ରାଜ୍ୟର ୧୦ ଜିଲ୍ଲାରେ ଘଡଘଡି ସହ ବର୍ଷାର ସମ୍ଭାବନା

ଭୁବନେଶ୍ୱର:  ୧୦ ଜିଲ୍ଲାକୁ ବଜ୍ରପାତ ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୭ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି-ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଯାଜପୁର, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର ଏବଂ ବୌଦ୍ଧ ଭଳି ଜିଲ୍ଲାକୁ ସନ୍ଧ୍ୟା ୭ଟା ମଧ୍ୟରେ ସତର୍କ ରହିବାକୁ ପରାମର୍ଶ । ସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମୁତାବକ ଓଡ଼ିଶାର କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ । ତେଣୁ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି ।