ସ୍ୱନାମଧନ୍ୟ କାହାଣୀକାର ଚିତ୍ରନାଟ୍ୟ ଲେଖକ ଓ ସଂଳାପକାର ବିଜୟ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ସ୍ୱନାମଧନ୍ୟ କାହାଣୀକାର ଚିତ୍ରନାଟ୍ୟ ଲେଖକ ଓ ସଂଳାପକାର ବିଜୟ ମିଶ୍ରଙ୍କ ପରଲୋକ । ଏକ ଘରୋଇ ହସ୍ପିଟାଲ ରେ ଆଜି ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩  ବର୍ଷ ହୋଇଥିଲା। ସ୍ୱର୍ଗତ ବିଜୟ ମିଶ୍ର ୫୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ଏବଂ ବହୁ ଟେଲି ଧାରାବାହିକରେ ସଂଳାପ ରଚନା କରିଛନ୍ତି । ୧୯୭୨ ମସିହାରେ ସେ ଯାଯାବର ଚଳଚ୍ଚିତ୍ର ମାଧ୍ୟମରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ପ୍ରବେଶ କରିଥିଲେ । ସେ ସେହି ସିନେମାର ସଂଳାପ ରଚନା କରିବା ସହିତ ଏହାର ଅନ୍ୟତମ ନିର୍ଦ୍ଦେଶକ ମଧ୍ୟ ଥିଲେ ।

ସେ ଗତ ବର୍ଷ ରାଜ୍ୟ ସରକାରଙ୍କ ପ୍ରଦତ ସର୍ବୋଚ୍ଚ ଚଳଚ୍ଚିତ୍ର ସମ୍ମାନ ‘ଜୟଦେବ ପୁରସ୍କାର’ରେ ସମ୍ମାନିତ ହୋଇଥିଲେ । ଏତଦ ବ୍ୟତୀତ ସେ ଓଡ଼ିଶା ସାହିତ୍ୟ ଏକାଡେମି ଓ କେନ୍ଦ୍ର ସାହିତ୍ୟ ଏକାଡେମି ପୁରସ୍କାର ଲାଭ କରିଛନ୍ତି । ତାଙ୍କ ବିୟୋଗରେ ଓଡ଼ିଆ ନାଟ୍ୟ/ଚଳଚ୍ଚିତ୍ର ଜଗତରେ ଏକ ଅପୂରଣୀୟ କ୍ଷତି ଘଟିଥିବା ହେତୁ ସବୁ ମହଲରେ ଶୋକର ଛାୟା ଖେଳିଯାଇଛି ।