୪୮ ଘଣ୍ଟାରେ ଉପକୂଳରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଜଣାପଡ଼ିଛି। ବଙ୍ଗୋପ ସାଗର ଉପରେ ଘୁର୍ଣ୍ଣି ବଳୟର ପ୍ରଭାବରେ ଏହି ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।