ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗି ରହିଛି। ୬ଟି ଜିଲ୍ଲାକୁ କାଳବୈଶାଖୀ ସହ କୁଆପଥର ବର୍ଷାର ସମ୍ଭାବନା ଗତ ୨୪ ଘଂଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡଘଡ଼ି ସହ ବଜ୍ରପାତ ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ୨୮ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଅଧିକ ରହିବ। ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ହେବ। ଏଥିସହ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ସହ କୁଅପଥର ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି, ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।