ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ; ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭା ପରିସରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ତେବେ ଏହି ସମୟରେ ବାଚସ୍ପତି ଡଃ ସୂର୍ଯ୍ୟ ନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରମୁଖ ଉପସ୍ଥିତ ରହି ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଓଡ଼ିଆ ଜାତି ବିଜୁବାବୁଙ୍କୁ ସ୍ମରଣ କରୁଛନ୍ତି ବୋଲି ଅତିଥିମାନେ କହିଥିଲେ।