ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା!

ଭୁବନେଶ୍ୱର ‌: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ବିଶେଷକରି ରବିବାର ମୟୂରଭଞ୍ଜ, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହି ୭ଟି ଜିଲ୍ଲାକୁ ଛାଡ଼ି ରବିବାର ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ବଲାଙ୍ଗିର, ଅନୁଗୁଳ, ସୋନପୁର, ମୟୂରଭଞ୍ଜ, ସମ୍ବଲପୁର, କେନ୍ଦୁଝର ଏବଂ ସୁନ୍ଦରଗଡ଼ରେ ଘଡ଼ଘଡ଼ି ସହ ବଜ୍ରପାତର ଆଶଙ୍କା ରହିଛି । ସେହିପରି ସୋମବାର କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ବରଗଡ଼, ବଲାଙ୍ଗିର, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏହି ୧୧ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ରାଜ୍ୟବ୍ୟାପୀ ଆକାଶ ମେଘାଚ୍ଛନ୍ନ ରହିବ । ତେବେ ମଙ୍ଗଳବାର ନୂଆପଡ଼ା, ବଲାଙ୍ଗିର, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଅନ୍ୟ ଜିଲ୍ଲାମାନଙ୍କରେ ବର୍ଷାର ପରିମାଣ ଧୀରେ ଧୀରେ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛ