ଗୁଜୁରାଟରୁ ବସ୍ ରେ ଓଡ଼ିଶା ଫେରିବେ ପ୍ରବାସୀ ଓଡ଼ିଆ

ଗୁଜୁରାଟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ନବୀନ

ଭୁବନେଶ୍ୱର: ଗୁଜୁରାଟରୁ ବସ୍ ରେ ଓଡ଼ିଶା ଫେରିବେ ପ୍ରବାସୀ ଓଡ଼ିଆ  ଲକ୍ ଡାଉନ୍ କାରଣରୁ ଫସି ରହିଥିବା ପ୍ରବାସୀ ଓଡ଼ିଆ ଗୁଜୁରାଟରୁ ବସ୍ ଯୋଗେ ଆସିବେ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଗୁଜରାଟରେ ଫସିଥିବା ଓଡ଼ିଆ ଶ୍ରମିକମାନଙ୍କୁ ରାଜ୍ୟକୁ ଫେରାଇ ଆଣିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ ନିଷ୍ପତି ନିଆଯାଇଛି । ତାହା ଅନୁଯାୟୀ, ବସ୍ ଯୋଗେ ରାଜ୍ୟକୁ ଫେରିବେ ପ୍ରବାସୀ ଓଡ଼ିଆ ଶ୍ରମିକ । ଆଜି ଏନେଇ ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଆଲୋଚନାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅଂଶଗ୍ରହଣ କରିଥିଲେ ।

ପ୍ରବାସୀ ଓଡ଼ିଆଙ୍କୁ ରାଜ୍ୟକୁ ନିରାପଦରେ ଫେରାଇ ଆଣିବାକୁ ଉଭୟଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ଏକ ଦୁଇ ରାଜ୍ୟର ଦୁଇ ଜଣ ଲେଖାଏଁ ବରିଷ୍ଠ ଅଧିକାରୀଙ୍କୁ ନେଇ ସମନ୍ୱୟ କମିଟି ଗଠନ ହେବ । ବସ୍ ଯୋଗେ ଫେରିବା ପରେ ସମସ୍ତ ପ୍ରବାସୀ ଓଡ଼ିଆ ଶ୍ରମିକଙ୍କ ପଞ୍ଜିକରଣ ବାଧ୍ୟତାମୂଳକ କରାଯାଇଛି। ଓଡ଼ିଶାରେ ପହଂଚିବା ପରେ ସେମାନଙ୍କୁ କ୍ୱାରେନଂଟାଇନ୍ ‌ ରେ ରଖାଯିବ।ଭିଡିଓ କନଫରେନ୍ସିଂରେ ଆଜି ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ ଏହି ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।