ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ । ତେବେ ଚିକିତ୍ସା ପାଇଁ ସାତ ଦିନ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ସେପଟେ ବାଣପୁର ବ୍ଲକ ସମ୍ମୁଖରେ ୧୨ ତାରିଖ ସକାଳେ ୨୦ଜଣରୁ ଅଧିକ ଲୋକଙ୍କ ଉପରେ ଗାଡି ଚଢାଇ ଦେଇଥିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଏଥିରୁ ବାଦ୍ ପଡିଲେନି ଥାନାଅଧିକାରୀ କି ସାଧାରଣଲୋକ । ପରିସ୍ଥିତି ଏପରି ହେଲା କି ସାଧାରଣ ଲୋକଙ୍କ ଆକ୍ରୋଶର ଶିକାର ହେଲେ ବାହୁବଳୀ ବିଧାୟକ ।

ଉତ୍ତ୍ୟକ୍ତ ଲୋକେ ବିଧାୟକଙ୍କୁ ନିର୍ଘାତିଆ ଛେଚିଲେ, ଦାମୀ କାର୍‌କୁ ଭାଙ୍ଗିରୁଜି ଚୁର୍‌ମାର କରିଦେଲେ । ଗୁରୁତର ଅବସ୍ଥାରେ ବିଧାୟକଙ୍କୁ ଉଦ୍ଧାର କରି ବାଣପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମେଡିକାଲରେ କିଛି ଦିନ ରହିବା ପରେ ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିଥିଲା । ପରେ ମେଡିକାରୁ ଡିସଚାର୍ଜ ହେବା ପରେ ପୋଲିସଙ୍କୁ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରିଥିଲା । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟର ରାଜନୈତିକ ମାହୋଲ ବେଶ ଚଳଚଞ୍ଚଳ ହୋଇ ଉଠିଛି ।