ପୌର ନିର୍ବାଚନରେ ବିଜେଡିର ବିପୁଳ ବିଜୟ ନେଇ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ପୌର ନିର୍ବାଚନରେ ବିପୁଳ ବିଜୟ ନେଇ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ନବୀନ କହିଛନ୍ତି ଯେ, ପୌର ନିର୍ବାଚନରେ ବିଜେଡିର ବିପୁଳ ବିଜୟ ଓଡ଼ିଶାବାସୀଙ୍କ ଆଶୀର୍ବାଦ ଓ ଅଗଣିତ କର୍ମୀଙ୍କ ସମର୍ପିତ ଉଦ୍ୟମ ବଳରେ ସମ୍ଭବ ହୋଇଛି । ୱାର୍ଡସ୍ତରରୁ ଲୋକଙ୍କ ଭଲପାଇବା ତୃଣମୂଳସ୍ତରରେ ବିଜେଡିର ଲୋକପ୍ରିୟତାକୁ ପ୍ରମାଣିତ କରୁଛି।

ତେଣୁ ଆସନ୍ତୁ, ସମସ୍ତେ ରାଜ୍ୟର ବିକାଶଧାରାରେ ସାମିଲ ହୋଇ ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ଏକ ହୋଇ ଆଗକୁ ବଢିବା।

ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ଗଣତି ମୁତାବକ, ୧୦୮ ପୌରାଧ୍ୟକ୍ଷ ଆସନରୁ ୭୩ଟି ବିଜେଡି ବିଜୟୀ ହୋଇଥିବାବେଳେ ୧୬ଟି ଆସନରେ ବିଜୟୀ ହୋଇଛି ବିଜେପି । ସେହିପରି କଂଗ୍ରେସ ୭ଟି ଏବଂ ଅନ୍ୟନ୍ୟା ପ୍ରାର୍ଥୀଙ୍କ ଖାତାକୁ ୯ଟି ଆସନ ଯାଇଛି ।