୨୫ ଲକ୍ଷ ଟିକା ଯୋଗାଇବା ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ସ୍ୱାସ୍ଥମନ୍ତ୍ରୀ

ଭୁ‌ବନେଶ୍ବର: ଟିକା ପାଇଁ ପୁଣି ଚିଠି ଲେଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ଆଜି ପୁଣିଥରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ସହିତ ୧୦ ଦିନ ପାଇଁ ୨୫ ଲକ୍ଷ କୋଭିସିଲ୍ଡ ଟିକା ଯୋଗାଇବାକୁ ଅନୁରୋଧ କରିଛନ୍ତି । ଏହାକଲେ ହିଁ ରାଜ୍ୟରେ ଟିକାକରଣ କାର‌୍ୟ୍ୟ ସୁରୁଖୁରରେ ଚାଲିପାରିବ ବୋଲି ମନ୍ତ୍ରୀ ନିଜ ଚିଠିରେ ଉଲ୍ଲେଖ କରିଛନ୍ତି ।

ରାଜ୍ୟରେ କୋଭିଡ୍ ଟିକାର ସ୍ୱଳ୍ପ ପରିମାଣ ଓ ଅନିୟମିତ ଯୋଗାଣ ଯୋଗୁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି । ଗତକାଲି ସୁଦ୍ଧା ରାଜ୍ୟକୁ ୫୦ ଲକ୍ଷ ୭୯ ହଜାର ୬୫୦ କୋଭିଡ୍ ଟିକା ଯୋଗାଇ ଦିଆଯାଇଛି । ତା ଭିତରୁ ୪୫ ଲକ୍ଷ ୪୨ ହଜାର ୮୭୦ ଡୋଜ୍ କୋଭିସିଲ୍ଡ ହୋଇଥିବାବେଳେ ବାକି ୫ ଲକ୍ଷ ୩୬ ହଜାର ୭୮୦ ହେଉଛି କୋଭାକ୍ସିନ। ତେବେ ବର୍ତ୍ତମାନ ଟିକାକରଣ କେନ୍ଦ୍ରରେ କୋଭିସିଲ୍ଡ ଟିକା ନାହିଁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

odisha health minister write letter to center for more covid vaccine