କଳାହାଣ୍ଡି କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର: କରୋନାର କାଳିମା ଭିତରେ ଓଡ଼ିଶାବାସୀଙ୍କ ପାଇଁ ଏକ ଖୁସି ଖବର ଆସି ପହଂଚିଛି। ରବିବାର ପୁଣି ଜଣେ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହି ବ୍ୟକ୍ତି ଜଣକ କଳାହାଣ୍ଡି ଜିଲ୍ଲାରୁ ଚିହ୍ନଟ ହୋଇଥିବା କୋଭିଡ୍‌ ଆକ୍ରାନ୍ତ।

ସେ ସୁସ୍ଥ ହେବା ବାବଦରେ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ ଜରିଆରେ ତଥ୍ୟ ଦିଆଯାଇଥିଲା। ବିଭାଗ ପକ୍ଷରୁ କୁହାଯାଇଛି, ଏହି ଆକ୍ରାନ୍ତଙ୍କ ନମୁନା ପରୀକ୍ଷା ପରେ ନେଗେଟିଭ୍ ଆସିଛି। ସେ ବର୍ତମାନ କଟକର ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ଟ୍ୱିଟ୍‌ ଜରିଆରେ ତାଙ୍କୁ ଶୁଭେଚ୍ଛା ମଧ୍ୟ ଦିଆଯାଇଛି।