କରୋନାରେ ଆଉ ୧୦ ଜଣଙ୍କ ଗଲା ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଯୋଗୁ ଆଉ ୧୦ ଜଣଙ୍କ ଜୀବନ ଯାଇଛି। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୦ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମ ଜିଲ୍ଲାରେ ୪ କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୨ ଜଣ ପ୍ରାଣ ହରାଇଛନ୍ତି। ଏହାବ୍ୟତୀତ ଅନୁଗୋଳ, କୋରାପୁଟ, ନୟାଗଡ଼ ଓ ସୁବର୍ଣ୍ଣପୁରରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।