କଟକରୁ ୧୧ ଆକ୍ରାନ୍ତ ଚିହ୍ନଟ

କଟକ: କଟକ ସହରରୁ ନୂଆ ୧୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ୩ ଜଣ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିଲେ। ଏହାବ୍ୟତୀତ ୨ ଲୋକାଲ କେସ୍‌ ବୋଲି ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।

କଟକ ସହରରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୪ରେ ପହଞ୍ଚିଥିବା ବେଳେ ୧୮୮ ଜଣ ସୁସ୍ଥ ହୋଇ ସାରିଲେଣି। ୧୩୯ ଜଣ ଚିକିତ୍ସିତ ହେଉଥିବା ବେଳେ ୭ ଜଣଙ୍କ ମୁଣ୍ଡ ନେଇ ସାରିଲାଣି କରୋନା।

ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧ରେ ପହଞ୍ଚିଥିବା ବେଳେ ୧୧,୩୩୦ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ୫୨୫୯ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।