ରାଜ୍ୟରେ ୧୧ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି । ୧୧ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪ଜଣ ରହିଥିବା ବେଳେ କନ୍ଧମାଳ, ନୟାଗଡ଼ , ମୟୁରଭଞ୍ଜ ଜିଲ୍ଲାରୁ ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।