ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର:  ରାଜ୍ୟରେ ଆଜି ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୪ ଓ ଭବନେଶ୍ୱରରୁ ୨ଜଣ ,ବଲାଙ୍ଗୀର, ଖୋର୍ଦ୍ଧା, କେନ୍ଦୁଝର, ପୁରୀ, କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।