୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୧୧ଟି ଜିଲ୍ଲା ପାଇଁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ ଜିଲ୍ଲା ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ ଦେଓଗଡ, ଅନୁଗୁଳ, ବରଗଡ, ସୋନପୁର, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡାରେ ଗ୍ରୀଷ୍ମ ପ୍ରବାହ ଯୋର ହେବ ।

ତେଣୁ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ଯାଏଁ ଘରୁ ନବାହାରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଦିନରେ ତାମପାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ରାତିରେ ମଧ୍ୟ ଦିନ ଭଳି ତାତି ଲୋକେ ଅନୁଭବ କରୁଛନ୍ତି । ଦିନବେଳା ହେଉଥିବା ପ୍ରଚଣ୍ଡ ଖରା ରାତିରେ ଭୂପୃଷ୍ଠରୁ ବିକିରଣ ହୋଇପାରୁନଥିବାରୁ ଚାରିଆଡେ ତତଲା ହାୱା ବାହାରୁଛି ।