ସଡ଼କ ଦୁର୍ଘଟଣା; ୧୧ ମୃତ

ଜୟପୁର: ରାଜସ୍ଥାନର ନାଗୌରରେ ଶୁକ୍ରବାର-ଶନିବାର ରାତି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ୨ଟି ବସ ନିୟନ୍ତ୍ରଣ ହରାଇ ରାସ୍ତାକଡ଼ରେ ଥିବା ଗଛକୁ ଶକ୍ତ ଧକ୍କା ଦେବାରୁ ଏହି ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ୧୧ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତ ଯାତ୍ରୀମାନଙ୍କ ମଧ୍ୟରୁ କିଛି ଯାତ୍ରୀଙ୍କ ଅବସ୍ଥା ଗୁରୁତର ଅଛି । 

କୁହାଯାଉଛି ଯେ, ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଲୋକଙ୍କ ମଧ୍ୟରେ ୫ ଜଣ ମହିଳା ଓ ୨ ଜଣ ଶିଶୁ ମଧ୍ୟ ସାମିଲ ଅଛନ୍ତି । ଦୁର୍ଘଟଣା ପରେ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଦୁର୍ଘଟଣା ଆଜି ଭୋର ସକାଳ ପ୍ରାୟ ୩ଟାରେ କିଷନଗନ ହନୁମାନଗନ ମେଘା ରାଜପଥରେ ଘଟିଛି । ସୂଚନା ମିଳିବା ପରେ ପୋଲିସ ଘଟଣାସ୍ଥଳକୁ ପହଂଚିଛି।