ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୫ କରୋନା ଆକ୍ରାନ୍ତ । ଏହାସହ ମୋଟ ସୁସ୍ଥ ସଂଖ୍ୟା ୩୯୮୮ରେ ପହଞ୍ଚିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଆଜି ସର୍ବାଧିକ ୩୩ ଜଣ ଖୋର୍ଦ୍ଧାରୁ ସୁସ୍ଥ ହୋଇଛନ୍ତି । ପୁରୀରୁ ୧୭, କଟକରୁ ୧୪, ମୟୂରଭଞ୍ଜରୁ ୧୩ ଜଣ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମରୁ ୧୦, କେନ୍ଦୁଝରରୁ ୯, ଯାଜପୁରରୁ ୮ ଜଣ ସୁସ୍ଥ ହୋଇ ଫେରିଥିବା ସୂଚନା ମିଳିଛି । ଏହାସହ ନୂଆପଡ଼ାରୁ ୬, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରୁ ୪ ଜଣ ଲେଖାଁଏ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୩, ବଲାଙ୍ଗିରରୁ ୨, କନ୍ଧମାଳ ଓ ମାଲକାନଗିରିରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳିଛି ।
ସୂଚନାଯୋଗ୍ୟ, ଆଜି ସକାଳେ ରାଜ୍ୟରୁ ପୁଣି ୧୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ୧୫୦ ଜଣ କ୍ଵାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ଥିବା ଜଣାପଡ଼ିଥିଲା ।