ପୁଣି ଭୁବନେଶ୍ୱରରୁ ୧୨୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୧୨୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରୁ ୯୩ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୩୩ ଜଣ ହେଉଛନ୍ତି ଲୋକାଲ କେସ୍‌।


ସୂଚନାଯୋଗ୍ୟ, ଭୁବନେଶ୍ୱରରେ ଗତ ମାର୍ଚ୍ଚ ୧୫ ତାରିଖରେ ବିଦେଶ ଫେରନ୍ତା ଜଣେ ଯୁବକ ପ୍ରଥମ କରୋନା ପଜିଟିଭ ଭାବେ ଚିହ୍ନଟ ହୋଇଥିଲେ। ଏପର୍ଯ୍ୟନ୍ତ ଭୁବନେଶ୍ୱରରେ ୧୪୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮୦୫ ଜଣ ସୁସ୍ଥ ହୋଇଥିବା ବେଳେ ୬୫୧ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। କିନ୍ତୁ ଦୁଃଖର କଥା ହେଲା ଯେ, ୧୧ ଜଣଙ୍କର ମୃତ୍ୟୁ ହୋଇଛି।

ମଂଚେଶ୍ୱରସ୍ଥିତ ଏକ ଅଟାକଳରୁ ୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନେ ପୂର୍ବରୁ କରୋନା ଚିହ୍ନଟ ହୋଇଥିବା ବ୍ୟକ୍ତିମାନଙ୍କର ସଂସ୍ପର୍ଶରେ ଆସିଥିଲେ। ଚନ୍ଦ୍ରଶେଖରପୁରସ୍ଥିତ ୭ମ ବାଟାଲିଅନରୁ ୯ ଜଣ, ୟୁନିଟ-୨ର ଏମ୍‌ଜି ରୋଡ଼ ନିକଟରୁ ୫ ଜଣ ମହିଳାଙ୍କ ସମେତ ୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିଭଳି ରସୁଲଗଡ଼ର ଓସିସି କଲୋନିରୁ ଜଣେ ମହିଳାଙ୍କ ସମେତ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।