ଆଉ ୧୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଆଉ ୧୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରୁର ସର୍ବାଧିକ ୪ ଜଣ ଲେଖାଏଁଙ୍କର ମୃତ୍ୟୁ ହୋଇଥିବାବେଳେ ମୃତ୍ୟୁ ହୋଇଥିବାବେଳେ ଗଜପତିରୁ ୨ ଜଣ ଓ ବାଲେଶ୍ୱର, କଟକ, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁଙ୍କର ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୬୯କୁ ବୃଦ୍ଧି ହୋଇଛି ।