ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୩୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୧ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।
ଆଜି କଟକ ଜିଲ୍ଲାରେ ସର୍ବାଧିକ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲ୍ଲାରେ ୨୨ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା କୋରାପୁଟରେ ୬, ପୁରୀ, ଜଗତସିଂହପୁର, ସୁବର୍ଣ୍ଣପୁର, ଅନୁଗୁଳ ଓ ରାୟଗଡା ଜିଲ୍ଲାରେ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଓ ଗଜପତି ଜିଲ୍ଲାରେ ୭ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ସେହିପରି ବଲାଙ୍ଗୀର, କନ୍ଧମାଳ, ଯାଜପୁର ଓ କଳାହାଣ୍ଡି ଜିଲ୍ଲାରେ ୩ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଭଦ୍ରକ ଓ ବରଗଡ଼ ଜିଲ୍ଲାରେ ୪ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଲାରେ ୨ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।