ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ: ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୨ତମ ଜୟନ୍ତୀ । ସେ ୧୮୭୭ ମସିହା ଅକ୍ଟୋବର ୯ ତାରିଖରେ ପୁରୀ ଜିଲ୍ଲା ସୁଆଣ୍ଡ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ଓଡିଆ ଜାତିର ଉନ୍ନତି ପାଇଁ ତାଙ୍କର ଅବଦାନ ଥିଲା...

ଭୁବନେଶ୍ୱର: ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୨ତମ ଜୟନ୍ତୀ । ସେ ୧୮୭୭ ମସିହା ଅକ୍ଟୋବର ୯ ତାରିଖରେ ପୁରୀ ଜିଲ୍ଲା ସୁଆଣ୍ଡ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ଓଡିଆ ଜାତିର ଉନ୍ନତି ପାଇଁ ତାଙ୍କର ଅବଦାନ ଥିଲା ଅତୁଳନୀୟ ।ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି ।

ଉତ୍କଳମଣି ଗୋପବନ୍ଧୁ ଦାସ ତାଙ୍କ ସାରା ଜୀବନ ସମାଜ ପାଇଁ ଉତ୍ସଗ୍ରୀକୃତ କରିଦେଇଥିଲେ । ଛାତ୍ରଛାତ୍ରୀଙ୍କ ଠାରୁ ଆରମ୍ଭ କରି ରାଜନେତା, ସମାଜସେବୀ ଓ ପ୍ରଶାସନିକ ଅଧିକାରୀ ଗୋପବନ୍ଧୁଙ୍କ ଜନ୍ମ ଦିନରେ ତାଙ୍କ ଜନ୍ମମାଟି ସୁଆଣ୍ଡ ଗ୍ରାମରେ ପହଁଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ସହ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି । ସମାଜର ଉନ୍ନତି ପାଇଁ କାମ କରି ଜୀବନକୁ ଗୋପବନ୍ଧୁ ଦାସ ଉତ୍ସର୍ଗ କରିଦେଇଥିଲେ ବୋଲି ଏହି ଅବସରରେ ନବୀନ ପଟ୍ଟନାୟକ କହିଛନ୍ତି ।

Spread the love
Categories
ଓଡିଶା

RELATED BY