ରାଜ୍ୟରେ ପୁଣି ୧୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଖବର ଆସିଛି । ସୁସ୍ଥ ହୋଇଥିବା ୧୫ ଜଣ ଯାଜପୁର ଜିଲ୍ଲାର ବୋଲି ଜଣାପଡିଛି । ଚିକିତ୍ସା ପରେ ସେମାନଙ୍କୁ କୋଭିଡ୍ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିବା ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ । ଫଳରେ ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ୧୫୮ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।