ଭୁବନେଶ୍ୱର: ଆଜି ରାଜ୍ୟରେ ସର୍ବାଧିକ ୧୫୯୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଆଜି ୨୮ ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୧୦୬୭ ଓ ସ୍ଥାନୀୟ ଅଞ୍ଚଳରୁ ୫୨୭ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨,୬୯୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Covid-19 Report For 23rd July
New Positive Cases: 1594
In Quarantine: 1067
Local Contacts: 527(Details of local contacts will be shared by concerned District Administration)
District Wise Cases
1. Angul: 10
2. Balasore: 22
3. Bargarh: 8
4. Bhadrak: 60
5. Balangir: 6— I & PR Department, Odisha (@IPR_Odisha) July 24, 2020
ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୭୩୨ , ଖୋର୍ଦ୍ଧାରୁ ୩୨୦, କଟକରୁ ୧୩୬, ଭଦ୍ରକରୁ ୬୦, ସୁନ୍ଦରଗଡ଼ରୁ ୫୬ , ବୌଦ୍ଧରୁ ୪୧, କୋରାପୁଟ ଜିଲ୍ଲାରୁ ୩୩, ମୟୂରଭଞ୍ଜରୁ ୩୨, ପୁରୀ ଜିଲ୍ଲାରୁ ୩୦, ବାଲେଶ୍ୱର ଜିଲ୍ଲାରୁ ୨୨, କେନ୍ଦୁଝର ଜିଲ୍ଲାରୁ ୨୦, କନ୍ଧମାଳ ଜିଲ୍ଲାରୁ ୧୭ , ସମ୍ବଲପୁର ଜିଲ୍ଲାରୁ ୧୩, ଅନୁଗୁଳ ଓ ନୟାଗଡ଼ରୁ ୧୦ ଜଣ ଲେଖାଏଁ , କେନ୍ଦ୍ରାପଡ଼ା ଓ ମାଲକାନଗିରିରୁ ୯ ଜଣ ଲେଖାଏଁ, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରୁ ୮ ଜଣ ଲେଖାଏଁ, କଳାହାଣ୍ଡି ଓ ନୂଆପଡ଼ାରୁ ଜଣେ ଲେଖାଏଁ, ଗଜପତି, ଜଗତସିଂହପୁର ଓ ନବରଙ୍ଗପୁରରୁ ୩ ଜଣ ଲେଖାଏଁ, ଯାଜପୁରରୁ ୫, ଢେଙ୍କାନାଳରୁ ୨, ସୁବର୍ଣ୍ଣପୁରରୁ ୪, ବଲାଙ୍ଗୀରରୁ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨,୬୯୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଏବେ ରାଜ୍ୟରେ ମୋଟ୍ ୧୪,୩୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୪୮ ରହିଛି।