ରାଜ୍ୟରେ ଆଉ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୪୦ରେ ପହଞ୍ଚି ଯାଇଛି।

ବାଲେଶ୍ୱରରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩, କଟକରୁ ୨ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାବ୍ୟତୀତ ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ପୁରୀରୁ ଜଣେ ଲେଖାଏଁ ଓ ସୁବର୍ଣ୍ଣପୁର, ଅନୁଗୁଳ ଓ ବୌଦ୍ଧରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।