ଆଜି ପୁଣି ୧୬୫ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୬୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଏମାନଙ୍କ ଭିତରୁ ୨୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୪୦ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୭ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ତଥ୍ୟ ପ୍ରଦାନ କରାଯାଇଛି। ଏହାଛଡ଼ା ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟ ସାରି ଓଡ଼ିଶା ଫେରିଥିବା ୧୧ଜଣ କର୍ମଚାରୀ ଅଛନ୍ତି।


ଚିହ୍ନଟ ହୋଇଥିବା ୧୬୫ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଜୟପୁରରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଝାରସୁଗୁଡା ଜିଲ୍ଲାରୁ ୨ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪୧ଜଣ, ଗଜପତି ଜିଲ୍ଲାରୁ ୨୮ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ ରହିଛନ୍ତି ।