ରାଜ୍ୟରେ ଆଖିବୁଜିଲେ ୧୭ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨ରେ ପହଞ୍ଚି ଯାଇଛି।


ଵାଲେଶ୍ୱର ଓ ଢେ଼ଙ୍କାନାଳ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାବ୍ୟତୀତ ଖୋର୍ଦ୍ଧା ,ଜଗତସିଂହପୁର ଓ ପୁରୀରୁ ୨ ଜଣ ଲେଖାଏଁ ଓ ଜଗତସିଂହପୁର,ଭଦ୍ରକ,ଗଂଜାମ,ଯାଜପୁର,ମୟୁରଭଞ୍ଜ ଓ ନୟାଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।