ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୭୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩୫୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
COVID-19 REPORT FOR 26th JUNE
New positive Cases: 170
In quarantine: 143
Local contacts: 27(Details of local contacts will be shared by concerned District Administration)
District Wise Cases
1. Nawarangpur: 19
2. Rayagada: 16
3. Khordha: 19
4. Ganjam: 58
5. Jajpur: 3— I & PR Department, Odisha (@IPR_Odisha) June 27, 2020
ଏମାନଙ୍କ ଭିତରୁ ୨୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୪୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୪ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ ଭିତରେ ଜଣେ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା ଏନଡିଆରଏଫ୍ କର୍ମଚାରୀ ଅଛନ୍ତି।
ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଅପରପକ୍ଷରେ ନବରଙ୍ଗପୁର ଜିଲ୍ଲାରୁ ୧୯, ରାୟଗଡ଼ା ଜିଲ୍ଲାରୁ ୧୬, ଖୋର୍ଦ୍ଧା ଜିଲ୍ଲାରୁ ୧୯, ଯାଜପୁର ଜିଲ୍ଲାରୁ ୩, ମାଲକାନଗିରି ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୬, କଟକ ଜିଲ୍ଲାରୁ ୧୪, ନୟାଗଡ଼ ଜିଲ୍ଲାରୁ ୩, ଗଜପତି ଜିଲ୍ଲାରୁ ୧୬, ବରଗଡ଼ ଜିଲ୍ଲାରୁ ୧, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬, ସମ୍ବଲପୁର ଜିଲ୍ଲାରୁ ୨, କୋରାପୁଟ ଜିଲ୍ଲାରୁ ଜଣେ ଚିହ୍ନଟ ହୋଇଛନ୍ତି।