ଆଜି ଭୁବନେଶ୍ୱରରୁ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୧୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ୧୯୮ଜଣଙ୍କ ମଧ୍ୟରୁ ୧୦୪ଜଣ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୪ଜଣ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରେ ଏଯାବତ ୫୪୮୭ଟି କରୋନା ମାମଲା ସାମ୍ନାକୁ ଆସିଥିବା ବେଳେ ୧୮୮୭ଟି କରୋନା ସକ୍ରିୟ ମାମଲା ରହିଛି।

ସେହିପରି ଆଜି ରାଜଧାନୀରୁ ୧୩୨ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଚିକିତ୍ସା ପରେ ଏମାନଙ୍କ ସ୍ୱାବ ସଂଗ୍ରହ କରି କୋଭିଡ ପରୀକ୍ଷା ପାଇଁ ପଠାଯାଇଥିଲା। ରିପୋର୍ଟ ନେଗେଟିଭ୍‌ ଆସିବା ପରେ ଏ ସମସ୍ତଙ୍କୁ ହସ୍‌ପିଟାଲରୁ ଛୁଟି ମିଳିଥିଲା। ଏଯାବତ ରାଜଧାନୀରୁ ୩୫୬୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହିତ ରାଜଧାନୀର ୨୭ଜଣ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି।