ଆଜି କଟକରୁ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ଆଜି କଟକ ସହରରୁ ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସରକାରୀ ସଂଗରୋଧରୁ ୬୭ ଜଣ ଓ ୫୭ ଜଣ ଘରୋଇ ସଂଗରୋଧରୁ ଚିହ୍ନଟ ହୋଇଛନ୍ତି। ସେହିପରି ୭୪ ଆକ୍ରାନ୍ତ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି। ଅନ୍ୟ ପକ୍ଷରେ ଖୁସୀ ଖବର ହେଲା, ଗତ ୨୪ ଘଣ୍ଟା ମଧ୍ୟରେ  ୩୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।


ସିଏମସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ସରକାରୀ ସଂଗରୋଧରୁ ଆଜି ମୋଟ ୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୧୬ ଜଣ ଅଛନ୍ତି କରୋନା ଯୋଦ୍ଧା ଅଛନ୍ତି। ଆଜି ସରକାରୀ ସଂଗରୋଧରୁ ୩୯ ଜଣ ପୁରୁଷ ଓ ୧୨ ଜଣ ମହିଳା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସହରର ବିଭିନ୍ନ ସ୍ଥାନରୁ ଗୃହ ସଂଗରୋଧରୁ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ଥାନୀୟ ସଂକ୍ରମଣ ଯୋଗୁଁ ୭୪ ଜଣ ଲୋକ କରୋନା ଆକ୍ରାନ୍ତ ହୋଇଛନ୍ତି।