ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ରେଜଲ୍ଟ

ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା ବିଭାଗ ପରୀକ୍ଷା ଫଳ ଆସନ୍ତା ସେପ୍ଟେମ୍ବର ମାସ‌ରେ ପ୍ରକାଶ ପାଇବ। ଏଥି ସହ ଧନ୍ଦାମୂଳକ ପରୀକ୍ଷା ଫଳ ବି ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ଚଳିତ ଅଗଷ୍ଟ ମାସରେ ପାଇବ ବୋଲି ଘୋଷଣା କରାଯାଇଥିଲା।

ଏଠାରେ ଉଲ୍ଲେଖଯୋଗ୍ୟ କି ପୂର୍ବରୁ ଯୁକ୍ତ ୨  ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷାଫଳ ପ୍ରକାଶ ପାଇଛି। କଳା ଓ ଧନ୍ଦମୂଳକ ଶିକ୍ଷା ବିଭାଗର ଉତ୍ତର ଖାତାଗୁଡ଼ିକର ମୂଲ୍ୟାୟନ ଏବେ ଚୂଡ଼ାନ୍ତ ପର୍ଯ୍ୟାୟ‌ରେ ପହଞ୍ଚିଛି। ମୂଲ୍ୟାୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ କରାଯିବ ଓ ଅଗଷ୍ଟ ଶେଷ ସପ୍ତାହରେ ଫଳ ପ୍ରକାଶ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପୂର୍ବରୁ ସୂଚନା ଦେଇଥିଲେ । ତେବେ ପୂର୍ବବର୍ଷଗୁଡ଼ିକ ପରି ଏଥର ମଧ୍ୟ ପରୀକ୍ଷାଫଳ ପୁସ୍ତିକା ପ୍ରକାଶ ପାଇବ ନାହିଁ।