ଗଞ୍ଜାମରୁ ଦୁଇ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଗଞ୍ଜାମ ଜିଲ୍ଲାରେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୯ରେ ପହଂଚିଛି। ଏଥିସହିତ ନୂତନ ସଂକ୍ରମିତ ଜିଲ୍ଲା ତାଲିକାରେ ସାମିଲ ହୋଇଛି ଗଞ୍ଜାମ। ତେବେ ଜିଲ୍ଲାର କେଉଁ ସ୍ଥାନରୁ ଦୁଇ ପଜିଟିଭ ଚିହ୍ନଟ ହୋଇଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।