ପୁଣି ଦୁଇ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାରି ଭିତରେ ଆଜି ପୁଣି ଦୁଇ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଦୁଇ ଜଣ କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ ଢେଙ୍କା ପଞ୍ଚାୟତ ଛୁଆଳିଆ ଗାଁର ଓ ଧନୁର୍ଜୟପୁର ପଞ୍ଚାୟତର ଫୁଲଝର ଗାଁର ବୋଲି ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ରୋଗୀଙ୍କ ସଂଖ୍ୟା ୪୩୯ରେ ପହଂଚିଛି । ସେମାନେ ମଧ୍ୟ ସୁରତ ଫେରନ୍ତା ବୋଲି ସୂଚନା ମିଳିଛି ।