ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଆଉ 2ଟି ଗେଟ୍ ବନ୍ଦ କରାଯାଇଛି । ଉପରମୁଣ୍ଡରୁ ହୀରାକୁଦ ଜଳଭଣ୍ଡାରକୁ ଅପେକ୍ଷାକୃତ କମ୍‌ ବର୍ଷାଜଳ ପ୍ରବେଶ କରୁଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି । ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି ।

ସୂଚନା ଅନୁସାରେ ମଙ୍ଗଳବାର ପର‌୍ୟ୍ୟାୟକ୍ରମେ ଗୋଟିଏ ପରେ ଗୋଟିଏ କରି ମୋଟ୍‌ ୧୦ଟି ଗେଟ ବନ୍ଦ କରାଯାଇଥିବା ବେଳେ ବୁଧବାର ଆଉ ୨ଟି ଗେଟ ବନ୍ଦ କରାଯାଇଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୯.୩୧ ଫୁଟ ରହିଛି । ଏହି ସମୟରେ ଜଳଭଣ୍ଡାରକୁ ୬୩୭୯୬ ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ କେବଳ ୨ଟି ସ୍ଲ୍ୟୁଇସ ଗେଟ ଜରିଆରେ ବନ୍ୟା ଜଳ ନିଷ୍କାସନ ହେଉଛି ।