ଯାଜପୁରରେ ପୁଣି ଦୁଇ ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୪୭କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ପୁଣି ଦୁଇ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପକ୍ଷରୁ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ଦୁଇ ପଜିଟିଭ୍ ଯାଜପୁରର ଜିଲ୍ଲାର ବୋଲି ବି ସୂଚନା ମିଳିଛି। ଏହାସହିତ ଯାଜପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି। ଏହାଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୭ରେ ପହଂଚି ଯାଇଛି।