ଚଳିତ ମାସରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର: ଚଳିତ ମାସରେ ଯୁକ୍ତ ଦୁଇ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଖାତା ଦେଖା ଶେଷ ହୋଇଛି। ଟାବୁଲେସନ ଚାଲିଛି। ଅଗଷ୍ଟ ତୃତୀୟ ସପ୍ତାହ ପୂର୍ବରୁ ରେଜଲ୍ଟ ବାହାରିବ।

ସେହିପରି ଚଳିତ ମାସ ଶେଷ ସପ୍ତାହରେ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା ଦେଇଛନ୍ତି।