୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ଶ୍ରୀନଗର ଅନ୍ତର୍ଗତ ରନବିରଗଡ ଅଞ୍ଚଳରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।

ଆଧିକାରିକ ସୂଚନାନୁଯାୟୀ, ଏହି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା। ପରବର୍ତ୍ତୀ ସମୟରେ ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ଏସଓଜି ଯବାନ, ସିଆରପିଏଫ୍ ଓ ସୁରକ୍ଷାକର୍ମୀ ମାନେ ଏକ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ।

ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା ହୋଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

ତେବେ ଏନେଇ ଜମ୍ମୁ-କାଶ୍ମୀରର ଆର୍ମି ୧୦ ସେକ୍ଟରର କମାଣ୍ଡର ନରେଶ ମିଶ୍ର ଜାତୀୟ ଗଣମାଧ୍ୟମରେ ସ୍ପଷ୍ଟ କରିଥିବା ବେଳେ ଆତଙ୍କବାଦୀ ମାନଙ୍କର ପରିଚୟ ସ୍ପଷ୍ଟ ହୋଇନଥିବା ସୂଚନା ଦେଇଛନ୍ତି ।