ଭୁବନେଶ୍ୱର: ଆଜି ରାଜ୍ୟରେ ସର୍ବାଧିକ ୨୦ଜଣ କରୋନା ପଜିଟିଭ୍ ହୋଇଥିବା ଜଣାଯାଇଛି। ଏମାନଙ୍କ ଭିତରୁ ୧୭ଜଣ ଗଞ୍ଜାମ ଓ ୩ ଜଣ ମୟୁରଭଞ୍ଜ ଜିଲ୍ଲାର ବୋଲି ଜଣାଯାଇଛି। ଏହାଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଂଚିଛି। ଏ ନେଇ ରାଜ୍ୟ ଓ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ମୟୁରଭଞ୍ଜ ଜିଲ୍ଲା କରୋନା ସଂକ୍ରମିତ ତାଲିକାରେ ସ୍ଥାନ ପାଇଛି। ଉଲ୍ଲେଖଯୋଗ୍ୟ, ମୟୁରଭଞ୍ଜ ଜିଲ୍ଲାରୁ ଆଗରୁ କେହି କରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିଲେ।
Related Posts