ଭୁବନେଶ୍ୱର: ଆଜି ରାଜ୍ୟର ୧୭ଟି ଜିଲ୍ଲାରୁ ୨୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଗଂଜାମ ଜିଲ୍ଲାରୁ ଆଜି ସର୍ବାଧିକ ୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
Another 203 #COVID19 patients have recovered and are being discharged on 29.6.2020.
60 from Ganjam
20 from Gajapati
19 from Khurdha
18 from Cuttack
14 from Bhadrak
13 from Keonjhar
12 from Nayagarh
10 from Mayurbhanj
9 from Jajpur
8 from Balasore
7 from Kendrapara
(1/2)— H & FW Dept Odisha (@HFWOdisha) June 29, 2020
ସେହିପରି ଗଜପତି ଜିଲ୍ଲାରୁ ୨୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, କଟକ ଜିଲ୍ଲାରୁ ୧୮ ଜଣ, ଭଦ୍ରକ ଜିଲ୍ଲାରୁ ୧୪ ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ ଜଣ, ନୟାଗଡ଼ ଜିଲ୍ଲାରୁ ୧୨ ଜଣ, ମୟୂରଭଂଜ ଜିଲ୍ଲାରୁ ୧୦ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ବାଲେଶ୍ୱର ଜିଲ୍ଲାରୁ ୮ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ ଜଣ, ଅନୁଗୁଳ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀର ଓ ଜଗତସିଂହପୁର ଜିଲ୍ଲାରୁ ୨୨-୨ ଜଣ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଏପର୍ଯ୍ୟନ୍ତ ୨ ଲକ୍ଷ ୬୦ ହଜାର ୪୨୮ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଆଜି ପର୍ଯ୍ୟନ୍ତ ମୋଟ ୬୮୮୯ ଜଣ ଲୋକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨୩ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୪ ହଜାର ୯୪୬ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟର ବିଭିନ୍ନ କୋଭିଡ-୧୯ ହସ୍ପିଟାଲରେ ୧ ହଜାର ୮୮୩ ଜଣ ବ୍ୟକ୍ତି ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।