ଆଜି ରାଜ୍ୟରେ ସୁସ୍ଥ ହେଲେ ୨୧୨୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରୁ ୨୧୨୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟୁଇଟ କରି ସୂଚନା ଦେଇଛି। ରବିବାର ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୫୨୨୭୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ରେକର୍ଡ ରହିଛି।


ତେବେ ଖୋର୍ଦ୍ଧା ଜିଲ୍ଲାରୁ ୨୭୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୨୬୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୮ଜଣ, କଟକ ଜିଲ୍ଲାରୁ ୧୭୨ଜଣ, କୋରାପୁଟ ଜିଲ୍ଲାରୁ ୧୫୩ଜଣ, ଭଦ୍ରକ ଜିଲ୍ଲାରୁ ୧୪୪ଜଣ, ନୟାଗଡ଼ ଜିଲ୍ଲାରୁ ୧୩୦ଜଣ, କନ୍ଧମାଳ ଜିଲ୍ଲାରୁ ୧୨୨ଜଣ, ବାଲେଶ୍ୱର ଜିଲ୍ଲାରୁ ୯୦ଜଣ, ପୁରୀ ଜିଲ୍ଲାରୁ ୮୪ଜଣ, ମାଲକାନଗିରି ଜିଲ୍ଲାରୁ ୮୦ଜଣ, ସମ୍ବଲପୁର ଜିଲ୍ଲାରୁ ୬୮ଜଣ, ରାୟଗଡ଼ା ଜିଲ୍ଲାରୁ ୬୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୬ଜଣ, ଗଜପତି ଜିଲ୍ଲାରୁ ୫୦ଜଣ, ଜଗତସିଂହପୁର ଜିଲ୍ଲାରୁ ୨୭ଜଣ, ଯାଜପୁର ଜିଲ୍ଲାରୁ ୨୪ଜଣ, ଢ଼େଙ୍କାନାଳ ଜିଲ୍ଲାରୁ ୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, ଅନୁଗୁଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଆଜି ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।